କରୋନାରୁ ମୁକୁଳିଲେ ୯୯ଜଣ, ବାଲେଶ୍ୱରରୁ ୩୪

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ କରୋନା ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି । ସେହି ଅନୁପାତରେ ସୁସ୍ଥଙ୍କ ସଂଖ୍ୟା ବଢୁ ନଥିଳେ ମଧ୍ୟ ବହୁ ରୋଗୀ ସୁସ୍ଥ ହେଉଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି ।

ଆଜି ରାଜ୍ୟରେ ୧୦୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୯୯ଜଣ କରୋନା କବଳରୁ ମୁକୁଳିଥିବା ସୂଚନା ଦିଆଯାଇଛି । ଫଳରେ ରାଜ୍ୟରେ ମୋଟ ୬୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କୁହାଯାଇଛି ।

ସୁସ୍ଥଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ, ଯାଜପୁର ଓ କେନ୍ଦ୍ରାପଡାରୁ ୧୩ଜଣ ଲେଖାଏଁ, ପୁରୀରୁ ୧୦ଜଣ, ଭଦ୍ରକରୁ ୯ଜଣ, ନୟାଗଡ଼ରୁ ୩ଜଣ, ସୁନ୍ଦରଗଡ଼ ଓ ଦେବଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି ।

ରାଜ୍ୟରେ ମୋଟ ୧୪୩୮ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮୨ଜଣ ଏବେ ବି ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *