କରୋନା ସମୟରେ ବଦଳିଲେ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର: ଓଡ଼ିଶା ସରକାର ଆଜି ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। କରୋନା ସମୟରେ ନିକୁଞ୍ଜ ଦଳଙ୍କୁ ବଦଳାଇବାକୁ ନେଇ ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି ।

ସେହପରି କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଥିବା ସନ୍ତୋଷ କୁମାର ଷଡଙ୍ଗୀଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବିଷ୍ଣୁପଦ ସେଠୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି।

Spread the love

Leave a Reply

Your email address will not be published. Required fields are marked *