ଗଞ୍ଜାମରେ ପୁଣି ଜଣେ ଚିହ୍ନଟ

ଭୁବନେଶ୍ୱର: ଦୀର୍ଘ ଦିନ ଧରି ଗ୍ରୀନ୍ ଜୋନରେ ରହିଥିବା ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପୂର୍ବରୁ ଦୁଇଜଣ ସୁରତ ଫେରନ୍ତା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିବା ବେଳେ ଆଜି ପୁଣି ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ନୂତନ ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ସଂପର୍କରେ ସୂଚନା ଦିଆଯାଇନାହିଁ ।

ଏହି ନୂତନ ଆକ୍ରାନ୍ତଙ୍କ ଫଳରେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ୧୭୦ଜଣ କରୋନା ରୋଗୀ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ବି ୧୦୯ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *