ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲୋକସଭା ଓ ୨୪୪ ବିଧାନସଭା ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ

ଭୁବନେଶ୍ୱର, ୦୬ ଅପ୍ରେଲ, ୨୦୧୯: ଦ୍ୱିତୀୟ ପର‌୍ୟ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଚରିଗୋଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧୀନସ୍ଥ ୩୫ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ ।

ଦ୍ୱିତୀୟ ପର‌୍ୟ୍ୟାୟ ଲେ ।କ ସଭା ନିର୍ବା ଚନ ରେ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଓ ୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ ଜଣ ଜାତୀୟ ଦଳର, ୫ ଜଣ ରାଜ୍ୟସ୍ତରୀୟ ଦଳର, ୯ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭ ଜଣ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଅଂଶଗ୍ରହଣ କରିବେ ।
ସେହିପରି ଦ୍ୱିତୀୟ ପର‌୍ୟ୍ୟାୟ ବିଧାନସଭା ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ ଜଣ

ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୭ ଜଣ ଜାତୀୟ ଦଳର, ୩୫ ଜଣ ରାଜ୍ୟସ୍ତରୀୟ ଦଳର, ୪୨ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭୦ ଜଣ ସ୍ୱାଧୀନ ପାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ । ଦ୍ୱିତୀୟ ପର‌୍ୟ୍ୟାୟ ନିର୍ବାଚନରେ ୯୧୧୭ ବୁଥ୍‌ରେ ୩୯୪୫୦୨୫ ପୁରୁଷ ଭୋଟର, ୩୭୪୭୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ।

Spread the love

Leave a Reply

Your email address will not be published. Required fields are marked *