ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି । ବଲାଙ୍ଗିରର ଟିଟିଲାଗଡଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ସେଲସିଅସ୍ ରେକର୍ଡ କରାଯାଇଛି । ପଶ୍ଚିମ ଓଡ଼ିଶା ସୂର୍ଯ୍ୟଙ୍କର ପ୍ରକୋପରେ ସିଝୁଥିବାବେଳେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ଗ୍ରୀଷ୍ମ ଲହରୀ ଜାରି ରହିବ ବୋଲି ଭୁବନେଶ୍ୱର୍ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଫଳରେ ରାଜ୍ୟର ୬ ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର କଳାହାଣ୍ଡି, ବଲାଙ୍ଗିର୍, ସୋନପୁର୍, ସମ୍ବଲପୁର୍, ଝାରସୁଗୁଡା ଓ ବରଗଡ଼ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ କରି ବୃଦ୍ଧ, ରୋଗୀ ଓ ଛୋଟ ପିଲାମାନେ ଗ୍ରୀଷ୍ମର ପ୍ରକୋପରୁ ଦୁରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *