ସୁସ୍ଥ ହେଲେ ଆଉ ୫୩, ଗଞ୍ଜାମରୁ ୩୦

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ୫୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡିଛି । ଏହି ସୁସ୍ଥଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମରୁ ସୁସ୍ଥ ହୋଇଥିବା ଜଣାପଡିଛି ।

ଗଞ୍ଜାମରୁ ୩୦ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୧୮ଜଣ, ଖୋର୍ଦ୍ଧାରୁ ୩ଜଣ ଓ କେନ୍ଦୁଝରରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡିଛି । ଗଞ୍ଜାମର ମୋଟ ୩୪୯ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୩ଜଣ ଚିକିତ୍ସିତ ହେଉଛନ୍ତି ।

ସେହିପରି ଯାଜପୁରର ମୋଟ ୨୩୯ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୯ଜଣ ଏବେ ବି ଚିକିତ୍ସିତ ହେଉଛନ୍ତି । ଖୋର୍ଦ୍ଧା ଜିଲ୍ଲାର ୭୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ଜଣ ସୁସ୍ଥ ହୋଇଥିବା ବେଳେ ୨୩ଜଣ ଏବେ ବି ଚିକିତ୍ସିତ ହେଉଛନ୍ତି ।

ସେହିପରି କେନ୍ଦୁଝର ଜିଲ୍ଲାର ୧୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇଥିବା ବେଳେ ୭ଜଣ ଏବେ ବି ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *