କରୋନାକୁ ପରାସ୍ତ କରି ଘରକୁ ଫେରିଲେ ୯୦ ବର୍ଷୀୟା ମହିଳା

ସମ୍ କୋଭିଡ ହସ୍ପିଟାଲ୍‌ରେ ସୁସ୍ଥ ହେଲେ ବାଉରୀ ସାହୁ
ଭୁବନେଶ୍ୱର, ୧୬/୫: ହାରିବ କରୋନା, ଜିତିବ ମଣିଷ । ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା । ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ |

ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ । ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି |

ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ ସମ କୋଭିଡ ହସ୍ପିଟାଲକୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ବିଶି ସାହୁ । ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।

Spread the love

Leave a Reply

Your email address will not be published. Required fields are marked *