କୋଭାକସିନ୍ ଟୀକାର ମାନବ ପରୀକ୍ଷଣ ଖୁବଶୀଘ୍ର

ସମ୍ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ: ପ୍ରଫେସର ଭେଙ୍କଟ ରାଓ
ଭୁବନେଶ୍ୱର, ୨୫/୧୦: କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ୍ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହେବାକୁ ଯାଉଛି ।

ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ୍ ଓ ଇଣ୍ଡିଆନ୍ କାଉନସିଲ୍ ଅଫ ମେଡିକାଲ୍ ରିସର୍ଚ୍ଚ ମିଳିତ ଭାବେ ପ୍ରସ୍ତୁତ କରୁଥିବା ବେଳେ ଏହାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ନିମନ୍ତେ ସେଣ୍ଟ୍ରାଲ୍ ଡ୍ରଗସ୍ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଯେସନ୍ ପକ୍ଷରୁ ସ୍ୱୀକୃତି ମିଳିଛି। ଏହା ପୂର୍ବରୁ ଦୁଇଟି ପର୍ଯ୍ୟାୟ ମାନବ ପରୀକ୍ଷଣ ପ୍ରକ୍ରିୟା ସୁରକ୍ଷିତ ଭାବେ ଶେଷ ହୋଇ ସାରିଛି। ଏହି ପ୍ରକ୍ରିୟାରେ ଅନେକ ସଂଖ୍ୟାରେ ସ୍ବେଛାସେବୀଙ୍କ ଶରୀରରେ ନୂତନ ଟୀକାର ପରୀକ୍ଷଣ କରାଯିବ ।

ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନିମନ୍ତେ ଦେଶର ୨୧ଟି ମେଡିକାଲ୍ ଅନୁଷ୍ଠାନକୁ ଆଇସିଏମଆର୍ ପକ୍ଷରୁ ଚୟନ କରାଯାଇଥିବା ବେଳେ ଓଡିଶାର ଏକମାତ୍ର ଅନୁଷ୍ଠାନ ଭାବେ ଆଇଏମଏସ୍ ଓ ସମ୍ ହସ୍ପିଟାଲକୁ ମନୋନୀତ କରାଯାଇଛି ।

କରୋନା ମହାମାରୀର ପ୍ରଭାବ ଦେଶରେ ବଢ଼ି ଚାଲିଥିବା ବେଳେ ଏହାକୁ ପ୍ରତିହତ କରିବା ନିମନ୍ତେ ପ୍ରସ୍ତୁତ କରାଯାଉଥିବା ଏହି ଟୀକାର ପରୀକ୍ଷଣ ଶେଷ ପର୍ଯ୍ୟାୟରେ ପହଂଚି ଥିବା କହିଛନ୍ତି ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ୍ ବିଭାଗର ପ୍ରଫେସର ତଥା ଏହି ପରୀକ୍ଷଣର ମୁଖ୍ୟ ପରୀକ୍ଷକ ପ୍ରଫେସର ଇ. ଭେଙ୍କଟ ରାଓ ।

ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲର ପ୍ରିଭେନଟିଭ୍ ଆଣ୍ଡ ଥେରାପିଉଟିକ୍ କ୍ଲିନିକାଲ୍ ୟୁନିଟର ମୁଖ୍ୟ ଥିବା ପ୍ରଫେସର ରାଓ କହିଛନ୍ତି ଯେ ଏହି ତୃତୀୟ ପର୍ଯ୍ୟାୟରେ ବୟସ ସୀମା, ଯୋଗ୍ୟତା ଏବଂ ସ୍କ୍ରିନିଂ ପ୍ରକ୍ରିୟାକୁ କୋହଳ କରାଯିବ ଏବଂ ସୁସ୍ଥ ସ୍ବେଛାସେବୀମାନେ ଏହି ପର୍ଯ୍ୟାୟ ନିମନ୍ତେ ଚୟନ କରାଯାଇ ପାରିବେ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସ୍ବେଛାସେବୀ ମାନଙ୍କ ଶରୀରରେ ମଧ୍ୟ ଏହି ଟୀକା ପ୍ରୟୋଗ କରାଯିବାର ଯୋଜନା ରହିଛି ବୋଲି ପ୍ରଫେସର ରାଓ କହିଛନ୍ତି । ଟୀକା ପ୍ରୟୋଗ କରାଯାଇଥିବା ସ୍ବେଛାସେବୀ ମାନଙ୍କ ଠାରେ କୋଭାକସିନ୍ ଟୀକାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରାଯିବ ।

ଏହି ଭ୍ୟାକସିନର ପରୀକ୍ଷଣ ନିମନ୍ତେ ଅନେକ ସ୍ବେଛାସେବୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହୋଇଥିବା ସେ ଜଣାଇଛନ୍ତି।

ଇଛୁକ ସ୍ବେଛାସେବୀ ମାନେ www.ptctu.soa.ac ୱେବସାଇଟରେ ରେଜିଷ୍ଟ୍ରସନ କରିପାରିବେ।

Spread the love

Leave a Reply

Your email address will not be published. Required fields are marked *