ପ୍ରଦୀପ ମହାରଥୀଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

ନିଜର ସ୍ୱତନ୍ତ୍ର ଉପସ୍ଥାପନା ଶୈଳି ପାଇଁ ବିରଳ ପରିଚୟ ସୃଷ୍ଟି କରିଥିଲେ ପ୍ରଦୀପ ମହାରଥୀ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ପିପିଲି ବିଧାୟକ ତଥା ରାଜ୍ୟର ବରିଷ୍ଠ ରାଜନେତା ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ପିପିଲି ବିଧାୟକ ତଥା ରାଜ୍ୟର ବରିଷ୍ଠ ରାଜନେତା ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶ୍ରୀଯୁକ୍ତ ମହାରଥୀ ଜଣେ ଖୁସ୍‌ ମିଜାସ୍ ସ୍ୱଭାବର ବ୍ୟକ୍ତି ଥିଲେ । କୌଣସି ବି ପ୍ରସଙ୍ଗରେ ରୋକଠୋକ୍ ଭାବରେ ନିଜର ମତ ରଖିବା ସହ ସ୍ୱତନ୍ତ୍ର ଉପସ୍ଥାପନା ଶୈଳି ପାଇଁ ଏକ ବିରଳ ପରିଚୟ ସୃଷ୍ଟି କରିଥିଲେ । ସବୁବେଳେ ଲୋକଙ୍କ ସାଙ୍ଗରେ ରହିବା ଓ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦିନରାତି ଲାଗି ରହିବା ଥିଲା ତାଙ୍କର ପସନ୍ଦ । ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ଓ ସାମାଜିକ ଜୀବନରେ ଏକ ଅପୂରଣୀୟ କ୍ଷତି ହେଲା । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖ ସମୟରେ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ।

Spread the love

Leave a Reply

Your email address will not be published. Required fields are marked *